ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଲୋକସଂଖ୍ୟା ବୃଦ୍ଧି ପାଉଛି । ସେହି ଅନୁସାରେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ଆଜି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ କଳ୍ପନା ଚ୍ଛକ, ବେହେରା ସାହି ଛକ , ରସୁଲଗଡ ଚ୍ଛକ, ଓ ଆଇଗିଣିଆ ଚ୍ଛକ ଆଦି ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି । ପ୍ରଶାସନ ଏବଂ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ । ଏହି ପରିଦର୍ଶନ ସମୟରେ ପୋଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଶ୍ରୀ ଭିଭି ଯାଦବ, BMC କମିଶନର ଶ୍ରୀ କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ ।






More Stories
୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର…..
ମୃତଦେହ ଝୁଣି ଖାଉଛି କୁକୁର…..
ବରଗଡ଼ ଧନୁଯାତ୍ରା ପାଇଁ କଳାକାର ଘୋଷଣା…..