ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ ଓ କଶ୍ମୀରର କୁପୱାଡ଼ା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତୀୟ ସେନା ଏବଂ ଜମ୍ମୁ ଓ କଶ୍ମୀର ପୋଲିସ ପକ୍ଷରୁ ମିଳିତ ଭାବେ ଏହି ଏନ୍କାଉଣ୍ଟର କରାଯାଇଥିଲା। ନିୟନ୍ତ୍ରଣ ରେଖା ନିକଟରେ ଜୁମାଗୁଣ୍ଡ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିଲା। ଉକ୍ତ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ପାଇବା ପରେ ସେଠାରେ ସେନା ଓ ରାଜ୍ୟ ପୋଲିସ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା। ଏହି ଅପରେସନ ବେଳେ ଆତଙ୍କବାଦୀଙ୍କ ସହିତ ସେମାନଙ୍କର ଗୁଳିବିନିମୟ ହୋଇଥିଲା। ତେବେ ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଥିଲେ। ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ଜମ୍ମୁ ଓ କଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..