ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶାର ହକି ତାରକା ଦୀପଗ୍ରେସ ଏକ୍କାଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏସୀୟ କ୍ରୀଡ଼ାରେ ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ ଏହି ପୁରସ୍କାର ରାଶି ପ୍ରଦାନ କରାଯିବାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏସୀୟ କ୍ରୀଡ଼ାରେ ଜାପାନକୁ ହରାଇ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଦଳର ସଦସ୍ୟା ହେଉଛନ୍ତି ଦୀପଗ୍ରେସ। ପୁରସ୍କାର ରାଶି ଘୋଷଣା ସହ ଦୀପଗ୍ରେସଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୁବପୀଢ଼ି ତଥା ଦେଶ ପାଇଁ ଖେଳିବାକୁ ଚାହୁଁଥିବା ଯୁବ ଖେଳାଳିଙ୍କ ପାଇଁ ଦୀପଗ୍ରେସ ପ୍ରେରଣା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।






More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି……
ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ…..
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..