ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଉ ୨ହଜାର ଅଧିକ ନୂଆ ଟ୍ରାଫିକ ପୋଲିସ ପଦବୀ ସୃଷ୍ଟି ହେବ । ଏଥିରୁ ୫୦୦ ପଦବୀକୁ ଚଳିତବର୍ଷ ମଧ୍ୟ ପୂରଣ କରାଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ସୂଚନା ଦେଇଛନ୍ତି । ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟାକୁ ହ୍ରାସ କରିବା ଓ ସଡ଼କ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ‘ଓଡ଼ିଶା ଯାତ୍ରୀ ଆପ୍’କୁ ଲୋକାର୍ପଣ କରିଛନ୍ତି । ଲୋକଙ୍କୁ ସୁଲଭ ଓ ସୁବିଧାଜନକ ଯାତ୍ରା ପ୍ରଦାନ କରିବା ଉଦ୍ଦେଶ୍ୟରେ ଏହି ଆପ୍ କାର୍ଯ୍ୟ କରିବ । ଏହି ଆପ୍ ମାଧ୍ୟମରେ ସାଧାରଣ ଲୋକ ଗୋଟିଏ କ୍ଲିକରେ ନିଜର ଗନ୍ତବ୍ୟ ସ୍ଥଳ ପାଇଁ ସହଜରେ ଅଟୋ ଓ ଟ୍ୟାକ୍ସି ପାଇପାରିବେ । ଏହି ବ୍ୟବସ୍ଥା ଉଭୟ ଚାଳକ ଓ ଯାତ୍ରୀଙ୍କ ପାଇଁ ଲାଭଦାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..