ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ। ଆଜି ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ। ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା | ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଆଗକୁ ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ଦାୟିତ୍ୱ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୂଚନା ଅନୁସାରେ- ଭି.କେ. ପାଣ୍ଡିଆନ ଯେତେ ବେଳେ ଚାକିରୀରେ ରହି ଡିଜେଡ଼ିର କାର୍ଯ୍ୟକ୍ରମ କରୁଥିଲେ | ଏହାକୁ ନେଇ ବିରୋଧୀ ସ୍ୱର ଉଠାଇଥିଲେ | ରାଜ୍ୟ ରାଜନୀତି ସରଗରମ ହୋଇଥିଲା | ଏହାପରେ ସେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ |






More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..