ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ୫ ଟି ସଚିବ ଭି.କେ ପାଣ୍ଡିଆନ୍ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟ୍ଟାରିଆଙ୍କ ସମେତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଛନ୍ତି | । ଖୋର୍ଦ୍ଧା ଶିଳ୍ପାଞ୍ଚଳର ଉଦ୍ୟୋଗୀ ଏବଂ ବିଭିନ୍ନ କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କରୁଛନ୍ତି ୫ଟି ସଚିବ । ପ୍ରଥମେ ଏସଏମଏସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ଼ରେ ପହଞ୍ଚି କମ୍ପାନୀ ପରିଦର୍ଶନ ସହ ଅଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ଇଣ୍ଡନିସନ ଫୁଡ ପ୍ରାଇଭେଟ ଲିମିଟେଡ଼, ହିନ୍ଦୁସ୍ଥାନ କୋକାକୋଲା, ସେଞ୍ଚୁରି ଫାଇଭର ପ୍ଳେଟସ୍ ପ୍ରାଇଭେଟ ଲିମିଟେଡ଼ ର ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା ସୂଚନା ମିଳିଛି | ବିଶେଷ କରି ଶିଳ୍ପାଞ୍ଚଳର ବିକାଶ, ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ଉତ୍ପାଦନ କ୍ଷମତା ବୃଦ୍ଧି କରିବା, ଅଧିକ ପୁଞ୍ଜି ନିବେଶ କରିବା, କ୍ବାଲିଟି ପ୍ରଡକ୍ଟ ଉତ୍ପାଦନ ଉପରେ ଗୁରୁତ୍ୱ ଦେଇଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ୍।






More Stories
ତୃତୀୟ ଲିଙ୍ଗ ଦେଇପାରିବେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା…..
ପୁଣି ବଢ଼ିଲା ଡ୍ରପ୍ ଆଉଟ୍…..
ସ୍ବାସ୍ଥ୍ୟ ବିଭାଗର ଗ୍ରୀଷ୍ମ ମୁକାବିଲା ପ୍ରସ୍ତୁତି…..