ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ଏକ ଗ୍ଲୋଭ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୬ଜଣ କର୍ମଚାରୀ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡ ସମୟରେ ଫଶି ଯାଇଥିବା ଅନ୍ୟ ୯ଜଣ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ ମହାରାଷ୍ଟ୍ରର ଛତ୍ରପତି ସଂଭାଜିନଗରରେ ଥିବା ଏକ ଗ୍ଲୋଭ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଥିଲା। ୧୫ରୁ ଅଧିକ ଶ୍ରମିକ ଶୋଇଥିବାବେଳେ ଗ୍ଲୋଭ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗି ଯିବାରୁ ୬ଜଣ ଜୀବନ୍ତ ଜଳି ଯାଇଥିଲେ। ଅନ୍ୟ ୯ଜଣ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।





More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……