ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ଏକ ଗ୍ଲୋଭ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୬ଜଣ କର୍ମଚାରୀ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡ ସମୟରେ ଫଶି ଯାଇଥିବା ଅନ୍ୟ ୯ଜଣ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ ମହାରାଷ୍ଟ୍ରର ଛତ୍ରପତି ସଂଭାଜିନଗରରେ ଥିବା ଏକ ଗ୍ଲୋଭ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଥିଲା। ୧୫ରୁ ଅଧିକ ଶ୍ରମିକ ଶୋଇଥିବାବେଳେ ଗ୍ଲୋଭ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗି ଯିବାରୁ ୬ଜଣ ଜୀବନ୍ତ ଜଳି ଯାଇଥିଲେ। ଅନ୍ୟ ୯ଜଣ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା।





More Stories
ନୀତଶଙ୍କ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ…..
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ: ୧୫ ମୃତ…..
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..