ରିପୋର୍ଟ କାର୍ଡ / ଫୁଲବାଣୀ
ଫୁଲବାଣୀର କୋଟଗଡ ଥାନା କୁଟିବାଲି ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ରୁ ଅଧିକ ଲୋକେ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ମୃତାହତ ଅଟାଲି ଗାଁର ବୋଲି ଜଣାପଡିଛି । ସେମାନେ ଭ୍ୟାନରେ ମାଦାଙ୍ଗୀ ଗାଁରେ ଏକ ଭୋଜିରେ ଯୋଗ ଦେବାକୁ ଯାଉଥିଲେ। ଏହି ସମୟରେ ଭ୍ୟାନ ପିଟି ଗଛରେ ପିଟି ହୋଇ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ପୋଲିସ ଓ ଉଦ୍ଧାରୀକାରୀ ଦଳ ସ୍ଥାନୀୟଲୋକେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ପ୍ରଥମେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା ବୋଲି ସୂଚନା ମିଳିଥିଲା।






More Stories
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଦୁବେଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତି ସରଗରମ…..