ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ, କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ଡ୍ରାଇଭର ସଂଘ ସହ ଆଲୋଚନା ପାଇଁ ସରକାର ପ୍ରସ୍ତୁତ…..
ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ମନମୋହନ……
ବିଏମ୍ସି ଅତିରିକ୍ତ ଆୟୁକ୍ତଙ୍କୁ ମାଡ଼ ଘଟଣା: ଅଦାଲତରେ ଦାଖଲ ହେଲା କେସ୍ ଡାଏରୀ…..