Report Card Odisha

| Daily Odia News

୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ଜନ୍ମଦିନର ଶୁଭେଚ୍ଛା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ | ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । କରୋନା ପାଇଁ ଚଳିତ ବର୍ଷ ଜନ୍ମଦିନ ମୁଖ୍ୟମନ୍ତ୍ରୀ ପାଳନ କରିବେ ନାହିଁ। ରାଜ୍ୟବାସୀଙ୍କ ଭଲ ପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ ଋଣୀ ଥିବା କହିଛନ୍ତି ନବୀନ। ଏହାସହ କୋଭିଡ୍ ଯୋଗୁଁ ଦେଢ଼ ବର୍ଷ ହେଲା କଠିନ ସମୟ ଦେଇ ଗତି କରୁଛୁ। ତେଣୁ   ନବୀନ ନିବାସ ନ ଆସି ମହତ କାର୍ଯ୍ୟରେ ସାମିଲ୍ ହୁଅନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କେବଳ ଏତିକି ନୁହେଁ ବରଂ ମହତ କାର୍ଯ୍ୟରେ ସାମିଲ୍ ହେଲେ ତାହା ମୋ ପାଇଁ ସବୁଠୁ ବଡ଼ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ କୋଭିଡ୍ ମୃତକଙ୍କ ପରିବାରକୁ ସାହାଯ୍ୟ କରନ୍ତୁ, ରକ୍ତଦାନରେ ସାମିଲ୍ ହେବା ପାଇଁ ନିବେଦନ କରିଛନ୍ତି ନବୀନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନବୀନଙ୍କ ଦୀର୍ଘ ଜୀବନ କାମନା କରିବା ସହ ଓଡ଼ିଶାବାସୀଙ୍କ ସେବା କରିଚାଲନ୍ତୁ ବୋଲି ଟ୍ୱିଟ୍ ରେଲେଖିଛନ୍ତି । ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ବି ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି ।

Breaking News