ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୭୬ ବର୍ଷରେ ପଦାର୍ପଣ କଲେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ । ଜନ୍ମଦିନ ଉପଲକ୍ଷେ ଦେଶର ବିଭିନ୍ନ ସ୍ଥାନରୁ ଶୁଭେଚ୍ଛାର ଏବଂ ଅଭିନନ୍ଦନର ବାର୍ତ୍ତା ଆସୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଟ୍ୱୁଇଟ୍ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି । ଏହି ଟ୍ୱିଟ୍ରେ ସେ ଲେଖିଛନ୍ତି, ” ରାଷ୍ଟ୍ରପତି ତାଙ୍କର ନମ୍ର ବ୍ୟକ୍ତିତ୍ୱ ହେତୁ ସେ ନିଜକୁ ସମଗ୍ର ଦେଶ ପାଇଁ ପ୍ରିୟର ପାତ୍ର ପାଲଟିଛନ୍ତି । ସମାଜର ଗରିବ ବର୍ଗର ଲୋକଙ୍କ ସଶକ୍ତିକରଣ ଉପରେ ତାଙ୍କର ଗୁରୁତ୍ୱ ଅତି ଆଦର୍ଶନୀୟ ଅଟେ ”। ଏହାସହ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନର କାମନା କରିଛନ୍ତି । ସେହିପରି ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ରାଷ୍ଟ୍ରପତିଙ୍କୁ ଟ୍ୱୁଇଟ୍ କରି ତାଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଗୃହମନ୍ତ୍ରୀ ନିଜ ଟ୍ୱୁଇଟ୍ରେ ଲେଖିଛନ୍ତି, ”ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା । ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପାଇଁ ମୁଁ ଇଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି ” ।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……