Report Card Odisha

| Daily Odia News

ଡିଏଭି କଳିଙ୍ଗନଗରରେ ସ୍ୱାଧୀନତା ଦିବସ ପାଳିତ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭୁବନେଶ୍ୱର ସ୍ଥିତ ଡିଏଭି କଳିଙ୍ଗନଗରରେ ୭୮ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ବଳରାମ ମହାପାତ୍ର ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ ଶ୍ରୀଯୁକ୍ତ ମଦନ ମୋହନ ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରିବା ସହ ଏନ.ସି.ସି, ସ୍କାଉଟ ଗାଇଡ୍‌, ରେଡ୍‌କ୍ରସ ଓ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଚିତ୍ତାକର୍ଷକ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ଜାତୀୟ ସଂଗୀତ ଗାନ କରାଯିବା ସହ ଦେଶ ପାଇଁ ବଳିଦାନ ଦେଇଥିବା ମହାନାୟକ ମାନଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କରାଯାଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଦେଶପ୍ରେମୀ ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ସ୍ମରଣ କରି ସେମାନଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ଦେଶର ବିଭିନ୍ନ ରାଜ୍ୟର କଳା ଏବଂ ସଂସ୍କୃତିକୁ ନେଇ ନୃତ୍ୟ ଓ ଯୋଗ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ “ହର ଘର ତ୍ରିରଙ୍ଗା”ର ବାର୍ତ୍ତା ପରିବେଶିତ ହୋଇଥିଲା । କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ବିଦ୍ୟାଳୟର ପର୍ଯ୍ୟବେକ୍ଷକପର୍ଯ୍ୟବେକ୍ଷିକା ଏବଂ ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ମିଳିତ ସହଯୋଗରେ କାର୍ଯ୍ୟକ୍ରମଟି ସୂଚାରୁରୁପେ ସମ୍ପାଦିତ
ହୋଇଥିଲା ।

Breaking News