ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି । ଆଜି ୮ ଜିଲ୍ଲା ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାଯଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲିଠୁ ରାଜ୍ୟରେ କମିବା ବର୍ଷା ପରିମାଣ । ୩୦ ଓ ୩୧ ତାରିଖ ପାଗ ଶୁଖିଲା ରହିବ । କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି । ମେଘାଚ୍ଛନ୍ନ ରହୁଛି ଆକାଶ ।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..