ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି | ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ଅନ୍ୟପରେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗୀର,ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..