ରିପୋର୍ଟ କାର୍ଡ / ନୂଅଦିଲ୍ଲୀ
ମଦ ନିଷିଦ୍ଧ ଥିବା ରାଜ୍ୟ ବିହାରରେ ପୁଣି ମଦମୃତ୍ୟୁ ମାମଲା ଦେଖାଦେଇଛି । ରାଜ୍ୟର ମୋତିହାରୀରେ ବିଷାକ୍ତ ମଦ ପିଇ ୮ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ୨୫ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କୁହାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ମୋତିହାରୀର ଲକ୍ଷ୍ମୀପୁର, ପାହାଡ଼ପୁର, ହରସିଦ୍ଧିରେ ବିଷାକ୍ତ ମଦ ପିଇ ୮ ଜଣଙ୍କ ମୃତ୍ୟୁ ଘଟିଛି । ପ୍ରାୟ ୨୫ ଜଣ ଅସୁସ୍ଥ ବ୍ୟକ୍ତି ସଦର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦୁଃଖ ପ୍ରକାଶ କରିବା ସହିତ ସଂପୃକ୍ତ ଜିଲ୍ଲାପାଳଙ୍କଠାରୁ ରିପୋର୍ଟ ମଗାଯାଇଥିବା କହିଛନ୍ତି । ଏହା ପୂର୍ବରୁ ମଧ୍ୟ ବିହାରରେ ବିଷାକ୍ତ ମଦ ପିଇ ଅନେକ ଲୋକଙ୍କ ମୃତ୍ୟୁ ଘଟିଥିଲା। ଗତବର୍ଷ ସାରଣ ଜିଲ୍ଲାରେ ବିଷାକ୍ତ ମଦ ପିଇ ୪୦ ଜଣଙ୍କ ମୃତ୍ୟୁ ନେଇ ଜାତୀୟ ମାନବାଧିକାର ଆୟୋଗ ଦେଇଥିବା ରିପୋର୍ଟକୁ ନେଇ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ସରକାର ଏବଂ ବିରୋଧୀ ଭାରତୀୟ ଜନତା ପାର୍ଟି (ବିଜେପି) ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..
ମଙ୍ଗଳବାର ଇରାନ୍ ପାଇଁ ଶେଷ ଦିନ !…..