ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜୁଲାଇ ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା । ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରାର ପ୍ରସ୍ତୁତି ନେଇ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ,ଜିଲ୍ଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସାମିଲ ହେବେ। କୋଭିଡ୍ କଟକଣା ମଧ୍ୟରେ ରଥଯାତ୍ରା ଆୟୋଜନ ହେବା ନେଇ ଆଲୋଚନା ହେବ।ଗତବର୍ଷ ରଥଯାତ୍ରା କୋଭିଡ୍ କଟକଣା ମଧ୍ୟରେ ଶେଷ ହୋଇଥିବା ବେଳେ ଚଳିତବର୍ଷ କରୋନା କଟକଣା ଭିତରେ ରଥ ଯାତ୍ରା ଅନୁଷ୍ଠିତ ନେଇ ସୂଚନା ମିଳୁଛି | ରଥକାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଗଲାଣି। ସୂଚନା ଅନୁସାରେ- ୯ ତାରିଖ ସୁଦ୍ଧା ରଥ ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର କହିଛନ୍ତି।






More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..