ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜୁଲାଇ ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା । ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରାର ପ୍ରସ୍ତୁତି ନେଇ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ,ଜିଲ୍ଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସାମିଲ ହେବେ। କୋଭିଡ୍ କଟକଣା ମଧ୍ୟରେ ରଥଯାତ୍ରା ଆୟୋଜନ ହେବା ନେଇ ଆଲୋଚନା ହେବ।ଗତବର୍ଷ ରଥଯାତ୍ରା କୋଭିଡ୍ କଟକଣା ମଧ୍ୟରେ ଶେଷ ହୋଇଥିବା ବେଳେ ଚଳିତବର୍ଷ କରୋନା କଟକଣା ଭିତରେ ରଥ ଯାତ୍ରା ଅନୁଷ୍ଠିତ ନେଇ ସୂଚନା ମିଳୁଛି | ରଥକାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଗଲାଣି। ସୂଚନା ଅନୁସାରେ- ୯ ତାରିଖ ସୁଦ୍ଧା ରଥ ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର କହିଛନ୍ତି।






More Stories
ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ….
୨ରେ ଲଘୁଚାପ…..
ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି:୧୦୮ ଗରା ଜଳରେ କରିବେ ସ୍ନାନ…..