ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୮୩୬ କୋଭିଡ୍ ପଜିଟିଭ୍ ଚିହ୍ନଟ | ଆକ୍ରାନ୍ତଙ୍କ ମଧ୍ୟରେ ୪୮୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୭୩୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୭୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୧୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୦୧୯୩୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୪୪୬୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।






More Stories
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..