ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର କିଛି ଜିଲ୍ଲାରେ ମଙ୍ଗଳବାର ଓ ଆସନ୍ତାକାଲି ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗୀର,କଳାହାଣ୍ଡି ଓ ନୁଆପ଼ଡା। ଏସବୁ ଜିଲ୍ଲାର କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ପ୍ରଭାବରେ ଦକ୍ଷିଣ ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ ଓ ତା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..