Report Card Odisha

| Daily Odia News

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡାକିଲେ ଜରୁରୀ ବୈଠକ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

କରୋନା ମହାମାରୀ ତାଲିକାରୁ ହଟାଇ ଦିଆଯାଇ ଥିଲେ ମଧ୍ୟ ପୁଣି କିଛି ଦିନ ହେବ କ୍ରମାଗତ ଭାବେ ରୋଗୀ ଚିହ୍ନଟ ହେବା ସ୍ୱାସ୍ଥ୍ୟ ବିଭାଗକୁ ଚିନ୍ତାରେ ପକାଇଛି। ଏହାକୁ ଦୃଷ୍ଟିରେ ରଖି ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଜରୁରୀ ବୈଠକ ଡାକିଛନ୍ତି। ଏଥିରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀମାନେ ଯୋଗଦେବେ। ବିଭିନ୍ନ ରାଜ୍ୟରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ମନ୍ତ୍ରୀମାନଙ୍କ ସହ ଆଲୋଚନା କରିବା ସହ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ। ସେପଟେ କେରଳରେ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ସତର୍କ ରହିବାକୁ ପରାମର୍ଶ ଦେଇଛି। ବିଶେଷ କରି ଆଗକୁ ଖ୍ରୀଷ୍ଟମାସ ଏବଂ ଇଂରାଜୀ ନବବର୍ଷ ଆସୁଥିବାରୁ ଭିଡ ନିୟନ୍ତ୍ରଣ କରିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଜିଲ୍ଲାସ୍ତରରେ ଇନଫ୍ଲୁଏଞ୍ଜା ଲାଇକ୍ ଇଲନେସ୍(ILI) ଏବଂ ସିଭିୟର ଆକ୍ୟୁଟ୍ ରେସ୍ପିରେଟୋରି ଇଲନେସ୍(SARI) ଲକ୍ଷଣ ପ୍ରତି ଦୃଷ୍ଟି ରଖିବାକୁ ପରାମର୍ଶ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ। ସେହିପରି ଜିଲ୍ଲାସ୍ତରରେ କୋଭିଡ ପରୀକ୍ଷା ସହ RT-PCR ଟେଷ୍ଟ ଏବଂ ପଜିଟିଭ ସାମ୍ପଲକୁ ଜିନମ୍ ସିକ୍ୟୁଏନ୍ସିଂ ପାଇଁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

Breaking News