ରିପୋର୍ଟ କାର୍ଡ / ଭୁବନେଶ୍ବର
ପଦ୍ମପୁରବାସୀଙ୍କ ବହୁ ପ୍ରତୀକ୍ଷିତ ଦାବି ପୂରଣ ହେବାକୁ ଯାଉଛି | ଚଳିତ ଡିସେମ୍ବର ୩୦ରେ ବରଗଡ଼ ଜିଲ୍ଲା ଅଧୀନରେ ଥିବା ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପାଇବ| ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ହେବ। ନୂତନ ପଦ୍ମପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିର୍ମାଣ ପାଇଁ ଉପଯୁକ୍ତ ସ୍ଥାନ ମଧ୍ୟ ଚିହ୍ନଟ ସରିଛି। ଆସନ୍ତା ୩୦ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନୂଆ ଯୋଜନା ବିଧିବଦ୍ଧ ଭାବେ ଘୋଷଣା କରିବେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..