ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଓଡ଼ିଶାକୁ ପୁଣି କରୋନା ଫେରିଛି। ଆଜି ରାଜ୍ୟରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି |ଉକ୍ତ ଆକ୍ରାନ୍ତ ସମ୍ପୂର୍ଣ୍ଣ ସୁସ୍ଥଥିବା ବେଳେ ହସ୍ପିଟାଲ ଯାଇ ନାହାନ୍ତି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବୟସ୍କ, ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଘରୁ ବାହାରକୁ ଗଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏଭଳି ଲୋକେ ଜନ ଗହଳି ସ୍ଥାନକୁ ନଯିବାକୁ ପରାମର୍ଶ ଦିଆଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..