ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଓଡ଼ିଶାକୁ ପୁଣି କରୋନା ଫେରିଛି। ଆଜି ରାଜ୍ୟରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି |ଉକ୍ତ ଆକ୍ରାନ୍ତ ସମ୍ପୂର୍ଣ୍ଣ ସୁସ୍ଥଥିବା ବେଳେ ହସ୍ପିଟାଲ ଯାଇ ନାହାନ୍ତି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବୟସ୍କ, ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଘରୁ ବାହାରକୁ ଗଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏଭଳି ଲୋକେ ଜନ ଗହଳି ସ୍ଥାନକୁ ନଯିବାକୁ ପରାମର୍ଶ ଦିଆଯାଇଛି।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..