ରିପୋର୍ଟ କାର୍ଡ / ଭୁବନେଶ୍ବର
ପୁଣି ରାଜ୍ୟରେ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୫ଜଣଙ୍କଠାରେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାଫଳରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଥିଲେ, ସମସ୍ତ ସଂକ୍ରମିତଙ୍କ ଲକ୍ଷଣ କମ ଅଛି। ସେମାନଙ୍କର କେବଳ ଥଣ୍ଡା କାଶ ରହିଛି। କେହି ହସ୍ପିଟାଲରେ ନାହାନ୍ତି, ଘରେ ଚିକିତ୍ସିତ ହେଉଛନ୍ତି। ପ୍ରଥମ ଦୁଇ ରୋଗୀ କଟକର। ଅନ୍ୟ ରୋଗୀଙ୍କର ପ୍ରୋଟୋକଲ ଅନୁସାରେ ତଦନ୍ତ କରାଯାଉଛି। ପ୍ରଥମ ଦୁଇ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି ନାହିଁ। ସର୍ଭେଲାନ୍ସ ଆହୁରି ବଢ଼ାଯିବ। ଯାହାର ଲକ୍ଷଣ ଦେଖାଯାଉଛି, ସେମାନେ ପରୀକ୍ଷା କରନ୍ତୁ ଓ ଘରେ ରୁହନ୍ତୁ।






More Stories
ମହଣ ମହଣ ସୁନାରେ ସଜେଇ ହେଇଛନ୍ତି ଚତୁର୍ଦ୍ଧାବିଗ୍ରହ….
ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି…..
ଚାମେଲିଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ…..