ରିପୋର୍ଟ କାର୍ଡ / ମୟୂରଭଞ୍ଜ
ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ସୁରକ୍ଷାରେ ମୁତୟନ ହେବ ୧୪ କଷ୍ଟମାଇଜଡ ଅଲ୍ ୱେଦର କଷ୍ଟମାଇଜ୍ ବୋଲେରୋ। ଏସବୁ ଗାଡ଼ିକୁ ଅଲିଭ ଗ୍ରୀନ ରଙ୍ଗର ସ୍ୱତନ୍ତ୍ର ଭାବେ ଶିମିଳିପାଳ ପାଇଁ ଡିଜାଇନ କରାଯାଇଛି। ଏଗୁଡ଼ିକରେ ରିମୋଟ କଣ୍ଟ୍ରୋଲ ସର୍ଚ୍ଚ ଲାଇଟ ଖଞ୍ଜାଯାଇଛି, ଯାହାଦ୍ୱାରା ରାତିରେ ସବୁ ଦିଗକୁ ଦେଖିହେବ। ଏମିତିକି ଏସବୁ ଯାନରେ ବର୍ଷା ଋତୁରେ ରେସକ୍ୟୁ ଅପରେସନରେ ବେଶ ସହାୟକ ହେବ। ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ ତମ ପ୍ରତିଷ୍ଠା ଦିବସରେ ଜଙ୍ଗଲ ମନ୍ତ୍ରୀ ଏସବୁ ଗାଡ଼ିର ଶୁଭାରମ୍ଭ କରିବେ। ଆସନ୍ତାକାଲି ଠାରୁ ଶିମିଳିପାଳରେ ଏହି ସବୁ ଗାଡ଼ି ମୁତୟନ ହେବ। ଏହାଦ୍ୱାରା ଆଗାମୀ ଦିନରେ ଶିମିଳିପାଳର ସବୁ ଅଞ୍ଚଳକୁ କାଠ ମାଫିଆ ଓ ଶିକାରୀଙ୍କ କବଳରୁ ଅଧିକ ସୁରକ୍ଷିତ ଦିଆଯାଇପାରିବ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..