Report Card Odisha

| Daily Odia News

ସର୍ବତ୍ର ବିଜୟୀ ହେବେ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ମେଷ: ଆତ୍ମବିଶ୍ବାସୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ବନ୍ଧୁତ୍ବପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

ବୃଷ: ସୌଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

ମିଥୁନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆହାର ସୁଧାର ହେବ।
କର୍କଟ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ।

ସିଂହ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ଞାନୀ ହେବେ।

କନ୍ୟା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଆତ୍ମ ତୃପ୍ତି ଲାଭ କରିପାରନ୍ତି। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ।

ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଜୀବନ ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ପତ୍ନୀ ସୁଶୀଳା ହେବେ।
ବିଛା: ଈର୍ଷାକୁ ପ୍ରଶମିତ କରି ସଦ୍ଭାବସମ୍ପନ୍ନ ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଥଣ୍ଡା କିମ୍ବା କଫଜନିତ ସାମାନ୍ୟ କ୍ଲେଶ ଭୋଗୀପାରନ୍ତି।
ଧନୁ: ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ବ୍ୟବସାୟ ଲାଭଜନକ ହେବ। ସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ମକର: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟୁଷ୍ମାନ୍‌ ହେବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ବିଭିନ୍ନ ସମସ୍ୟା ସୃଷ୍ଟି ହୋଇପାରେ।
କୁମ୍ଭ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ମୀନ: ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

 

Breaking News