Report Card Odisha

| Daily Odia News

୬ ରୁ ‘ଶିଶିର ସରସ’…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ମେଳା ‘ଶିଶିର ସରସ-୨୦୨୪’ ଜାନୁଆରି ୬ ତାରିଖରୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅନ୍ତର୍ଗତ ଓର୍‌ମାସ ପକ୍ଷରୁ ଆରମ୍ଭ ହେବ। ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଓର୍‌ମାସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନି କହିଛନ୍ତି, ୪୦୦ଟି ଷ୍ଟଲ ଜରିଆରେ ଓଡ଼ିଶା ସମେତ ୨୬ଟି ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ଉତ୍ପାଦକ ଗୋଷ୍ଠୀ କାରିଗରମାନଙ୍କ ହାତ ତିଆରି ସାମଗ୍ରୀର ବିକ୍ରି ହେବ। ସ୍ୱତନ୍ତ୍ର ଫୁଡ୍ କୋର୍ଟ ସହ, ସେଲଫି ପଏଣ୍ଟ, ଓରମାସର ମାର୍କେଟିଂ, ଜୀବିକା ଓ ଦକ୍ଷତା ବିକାଶ ଆଦିକୁ ନେଇ ସ୍ୱତନ୍ତ୍ର ଥିମ୍ ଷ୍ଟଲ କରାଯାଉଛି। ବରିଷ୍ଠ ନାଗରିକଙ୍କ ଏବଂ ଦିବ୍ୟାଙ୍ଗମାନଙ୍କ ପାଇଁ ବ୍ୟାଟେରି ଚାଳିତ ଗାଡ଼ି, କୁନି କୁନି ପିଲାଙ୍କ ମନୋରଞ୍ଜନ ପାଇଁ ସ୍ୱତନ୍ତ୍ର କିଡ୍ସ ଜୋନର ବ୍ୟବସ୍ଥା ମଧ୍ୟ ହୋଇଛି। ମେଳାରେ ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ଏବଂ ଟ୍ରାଫିକ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରାଯିବ ବୋଲି ଓର୍‌ମାସ ପକ୍ଷରୁ ସୂଚନା ଦିଆଯାଇଛି।

Breaking News