ରିପୋର୍ଟ କାର୍ଡ / ବୌଦ୍ଧ
ଗାଁ ଦାଣ୍ଡରେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି । ଏହାପରେ ହତ୍ୟାକାରୀ ଫେରାର ହୋଇଯାଇଥିବା ଜଣାପଡିଛି । ଏପରି ଅଭାବନୀୟ ଘଟଣା ଗତ ରାତିରେ ବୌଦ୍ଧ ଜିଲ୍ଲା ସାମ୍ପଜ ଗାଁରେ ଘଟିଛି। ମୃତକ ହେଲେ ୩୦ ବର୍ଷୀୟ ସତ୍ୟ ନାରାୟର ସ୍ୱାଇଁ । ଗତ ରାତିରେ ସତ୍ୟ ନାରାୟର ସ୍ୱାଇଁ ଗାଁ ଦାଣ୍ଡରେ ବୁଲୁଥିବା ବେଳେ ଦୁଇ ଯୁବକଙ୍କ ସହ ତାଙ୍କର ବଚସା ହୋଇଥିଲା। ଏହାପରେ ଉତ୍ତ୍ୟକ୍ତ ହୋଇ ଦୁଇ ଯୁବକ ସତ୍ୟ ନାରାୟରଙ୍କୁ ପିଟି ପିଟି ରକ୍ତାକ୍ତ କରି ଦେଇଥିଲେ। ଖବର ପାଇ ପରିବାର ଲୋକେ ତୁରନ୍ତ ତାଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବୌଦ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ଆଜି ସକାଳେ ସାଇଣ୍ଟିଫିକ୍ ପହଞ୍ଚି ନମୁନା ସଂଗ୍ରହ କରିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ସେମାନଙ୍କୁ ଠାବ କରିବାକୁ ଚେଷ୍ଟା କରୁଛି। ଏହି ହତ୍ୟାକାଣ୍ଡର କାରଣ ଜଣା ପଡ଼ି ନ ଥିଲେ ବି ବକେୟା ଟଙ୍କା ମାଗିବାକୁ ନେଇ ଏପରି କାଣ୍ଡ ଘଟିଥିବା ଅନୁମାନ କରାଯାଉଛି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..