ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ବିଳମ୍ବିତ ରାତିରେ ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୬.୭ ରେକର୍ଡ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ତଲୌଦ ଦ୍ବୀପ ବୋଲି କୁହାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ କିମ୍ବା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। କିନ୍ତୁ ଭୂକମ୍ପ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଲୋକ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ସେପଟେ ନୂଆବର୍ଷ ଆରମ୍ଭରୁ ଜାପାନରେ ମଧ୍ୟ ଏକ ବଡଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ୬.୦ରୁ ଅଧିକ ରହିଥିଲା। ଏଥିରେ ଶହେରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବାର ଖବର ସାମ୍ନାକୁ ଆସିଥିଲା।






More Stories
ଆଣ୍ଡାମାନ ଛୁଇଁଲା ମୌସୁମୀ…..
ଦୀର୍ଘଦିନର “ଟାୱେଲ୍ ସଂସ୍କୃତି”କୁ ବନ୍ଦ କଲେ ବିଜୟ…..
ଆତଙ୍କବାଦୀ କାର୍ଯ୍ୟକଳାପ ବନ୍ଦ ନକଲେ,ପାକିସ୍ତାନର ଇତିହାସ ଆଉ ଭୂଗୋଳ ବଦଳିଯି…..