ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜରେ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜିର ସୂଚନା ଅନୁଯାୟୀ ବୁଧବାର ସକାଳ ୭ଟା ୫୩ ମିନିଟରେ ଭୂକମ୍ପ ଅନୁଭୂତ ହୋଇଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ କିମ୍ବା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଭୂକମ୍ପର କେନ୍ଦ୍ରସ୍ଥଳର ଗଭୀରତା ୧୦ କିଲୋମିଟ ରହିଛି। ଗତବର୍ଷ ନଭେମ୍ବର ମାସରେ ମଧ୍ୟ ଆଣ୍ଡାମାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରହିଥିଲା।






More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……