ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିରରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏଥିନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟରେ । ସମଗ୍ର ରାଜ୍ୟରେ ସେହିଦିନ ଉତ୍ତରପ୍ରଦେଶରେ ମଦ ବିକ୍ରି ବନ୍ଦ ରହିବ । ଉକ୍ତ ଦିନ ରାଜ୍ୟର ସମସ୍ତ ମଦ ଦୋକାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗି ଆଦିତ୍ୟନାଥ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଜାରି ନିର୍ଦ୍ଦେଶାନାମାରେ କୁହାଯାଇଛି, ଆସନ୍ତା ୨୨ ତାରିଖରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ଏପରି ଶୁଭ ମୁହୂର୍ତ୍ତରେ ରାଜ୍ୟର ସମସ୍ତ ମଦ ଦୋକାନ ବନ୍ଦ ରହିବ । ଏନେଇ ସବୁ ଜିଲ୍ଲାର ଅବକାରୀ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶାନାମା ଜାରି କରାଯାଇଛି। ଏଥିରେ ସାମାନ୍ୟ ଖିଲାପ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରାଜ୍ୟ ସରକାର ଚେତାବନୀ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶବିଦେଶରୁ ୬ ହଜାରରୁ ଅଧିକ ଅତିଥି ଯୋଗ ଦେବେ। ସେମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ସୁରକ୍ଷା ବଳ ମୁତୟନ କରାଯାଇଛି।






More Stories
ଆଣ୍ଠେଇ ମୁଣ୍ଡିଆ ମାରିଲେ ମୋଦୀ…..
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..
ରାଜା ସୁବ୍ରମଣି ହେଲେ ନୂଆ ସିଡିଏସ୍…..