Report Card Odisha

| Daily Odia News

ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି,୪୪ପ୍ଲାଟୁନ ଫୋର୍ସ ମୁତୟନ….

ରିପୋର୍ଟ କାର୍ଡ / ପୁରୀ

ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ | ସେଥି ପାଇଁ ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୪୪ପ୍ଲାଟୁନ ଫୋର୍ସ ମୁତୟନ କରାଯିବା ସହ ସହରରେ ୫ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୨ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ ତାରିଖରେ ଦୁଇଟି ପର୍ଯ୍ୟାୟରେ ସୁରକ୍ଷା ବ୍ୟବସ୍ଥା ହୋଇଥିବା ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ। ଜାନୁଆରୀ ୧୭ ତାରିଖ ପୌଷ ଶୁକ୍ଳ ସପ୍ତମୀ ତିଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପିତ କରିବେ। ଶୁକ୍ରବାର ଠାରୁ ପୂଜାକାର୍ଯ୍ୟ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ବ୍ରାହ୍ମଣବରଣ, ଗୁଆଟେକା ଆଦି ନୀତି ସଂପନ୍ନ ପରେ ପୂଜା କାର୍ଯ୍ୟ ଆରମ୍ଭ ହେବ।

Breaking News