ରିପୋର୍ଟ କାର୍ଡ/ ନୂଆଦିଲ୍ଲୀ
କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ସାଂସଦ ତଥା ମନ୍ତ୍ରୀ ମିଲିନ୍ଦ ଦେଓରା। ଆଜି ସେ ନିଜ ‘ଏକ୍ସ’ ଏକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ମିଲିନ୍ଦ ଲେଖିଛନ୍ତି, ଆଜି ମୋ ରାଜନୀତିକ କ୍ୟାରିୟରର ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ଏହି ଦଳ ସହିତ ମୋ ପରିବାରର ୫୫ ବର୍ଷର ସଂପର୍କ ଚ୍ଛିନ୍ନ ହୋଇଛି। ବର୍ଷ ବର୍ଷ ଧରି ସମସ୍ତ ନେତୃବୃନ୍ଦ, ସହକର୍ମୀ ଓ କର୍ମକର୍ତ୍ତାଙ୍କ ଠାରୁ ମିଳିଥିବା ଅବସ୍ମରଣୀୟ ସମର୍ଥନ ପାଇଁ ମୁଁ ସେମାନଙ୍କ ନିକଟରେ କୃତଜ୍ଞ।






More Stories
କେନ୍ଦ୍ର କ୍ୟାବିନେଟରେ ଓଡିଶା ପାଇଁ ୮,୩୦୧ କୋଟି ମଞ୍ଜୁର…..
ଛଅ ପ୍ରମୁଖ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ…..
ଶପଥ ନେଲେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ…..