ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତାକାଲି ମକର ସଂକ୍ରାନ୍ତି ରହିଛି । ଏଥିଲାଗି ଗାଁଠୁ ସହର ଉତ୍ସବମୂଖର ରହିଛି । ସବୁଠି ଗୁଡି ଉଡାକୁ ନେଇ ପ୍ରସ୍ତୁତି ଚାଲିଥିବାବେଳେ ଗୁଡି ଉଡାଇବାବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ କରାଯାଇଛି। ଓଡିଶା ପୋଲିସ ପକ୍ଷରୁ ସାଧାରଣ ଲୋକଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏଥିରେ କୁହାଯାଇଛି ଗୁଡି ଉଡାଇବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ମାଞ୍ଜା ସୂତା ବିକ୍ରୟ କିମ୍ବା ବ୍ୟବହାର କରିବା ଆଇନତଃ ଦଣ୍ଡନୀୟ । ତେଣୁ ମାଞ୍ଜା ସୂତା ବ୍ୟବହାର ନକରି ସାଧାରଣ ସୂତାରେ ଗୁଡି ଉଡାଇ ମକର ସଂକ୍ରାନ୍ତିକୁ ପାଳନ କରିବାକୁ କୁହାଯାଇଛି ।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..