ରିପୋର୍ଟ କାର୍ଡ / ସୁନ୍ଦରଗଡ
ବିଶିଷ୍ଟ କୋଇଲା ବ୍ୟବସାୟୀ ଘନଶ୍ୟାମ ଡାଲମିୟାଙ୍କ ବିଭିନ୍ନ ସ୍ଥାନରେ ଥିବା ଘର ଓ ଅଫିସରେ ଆୟକର ବିଭାଗ ରେଡ କରିଛି। ଓଡ଼ିଶା ଓ ଛତିଶଗଡରେ ଏକକାଳୀନ ଆୟକର ବିଭାଗ ଚଢାଉ କରିଛିଥିବା ଜଣାପଡିଛି | ସୁନ୍ଦରଗଡ ଓ ଛତିଶଗଡରେ ଘନଶ୍ୟାମଙ୍କ କୋଇଲା ବ୍ୟବସାୟ ରହିଛି । ଗୋପାଳପୁରରେ ଥିବା ଦୁଇମହଲା କୋଠା ଓ ଅଫିସ, ବିଲେଇମୁଣ୍ଡାର ଅଫିସ, ଘର, ସୋ’ରୁମ, ସ୍ପଞ୍ଜ ଆଇରନ୍ ଫ୍ୟାକ୍ଟ୍ରିରେ ମଧ୍ୟ ଚଢ଼ାଉ କରିଛି ଆୟକର ବିଭାଗ । ଘନଶ୍ୟାମଙ୍କ ଏମସିଏଲରେ ଥିବା କୋଇଲା ପରିବହନ ସାଇଟ୍, ଛତିଶଗଡରେ ଥିବା ଆଇରନ, ଷ୍ଟିଲ ଓ ପାୱାର ପ୍ଲାଣ୍ଟ ଫ୍ୟାକ୍ଟ୍ରୀ ଏବଂ ଘର, ରାୟପୁରରେ ଥିବା ଘର, ଅଫିସ ଏବଂ ବିଳାସପୁରରେ ଥିବା ହୋଟେଲରେ ଚଢାଉ କରିଛି ଆୟକର ବିଭାଗ । ଚଢାଉରେ ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ ଫୋର୍ସ ସାମିଲ ହୋଇଛନ୍ତି । ଚଢାଉରେ କଣ ସବୁ ଜବତ ହୋଇଛି ତାହା ଜଣାପଡିନାହିଁ ।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..