ରିପୋର୍ଟ କାର୍ଡ / ଭୁବନେଶ୍ୱର
ଫେବ୍ରୁଆରୀ ୫ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି | ସାଧାରଣ ନିର୍ବାଚନ ପୂର୍ବରୁ ଏହା ବିଧାନସଭାର ଶେଷ ଅଧିବେଶନ ଓ ଶେଷ ବଜେଟ। ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଅନୁସାରେ ଷୋଡଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଫେବ୍ରୁୟାରୀ ୫ ତାରିଖରୁ ବସିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣର କାର୍ଯ୍ୟକ୍ରମ। ୬ ଓ ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୃହରେ ଉପସ୍ଥାପନ କରିବେ। ଏହା ମୋସନ ଆକାରରେ ଗୃହରେ ଆଗତ ହୋଇ ଆଲୋଚନା ହେବ । ତା’ ପର ଦିନ ଏହି ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ । ୧୦ ଓ ୧୧ ତାରିଖ ଶନିବାର ଓ ରବିବାର ପାଇଁ ଛୁଟି ରହିବ । ୧୨ ତାରିଖରେ ଗୃହରେ ସରକାରୀ କାର୍ଯ୍ୟ ଦିବସ ଓ ୧୩ ତାରିଖରେ ଘରୋଇ ସଦସ୍ୟଙ୍କ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟ ଦିବସ ରହିଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..