Report Card Odisha

| Daily Odia News

୨୬ ଯାଏଁ ବର୍ଷା ସମ୍ଭାବନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଆଗାମୀ ତିନି ଦିନ ଯାଏଁ କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିପରି ଆଗାମୀ ୬ ଦିନ ଯାଏ ଅର୍ଥାତ୍ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ଯେଉଁ ଗୁରୁଚାପ ବଳୟଟି ରହିଛି, ତା’ ପ୍ରଭାବରେ ରାଜ୍ୟରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବାହିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ୬ ଦିନ ଯାଏ ରାଜ୍ୟର କିଛି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି। ସେହିପରି ଆଗାମୀ ତିନି ଦିନ ଯାଏଁ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ବର୍ତ୍ତମାନ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରା ସ୍ୱାଭାବିକ ତୁଳନାରେ ଅଧିକ ରହୁଛି। ତେଣୁ ଶୀତର ପ୍ରକୋପ ବିଶେଷ ରହିବ ନାହିଁ ବୋଲି ପୂର୍ବାନୁମାନ ଜାରି କରାଯାଇଛି।

Breaking News