ରିପୋର୍ଟ କାର୍ଡ / ଭବାନୀପାଟଣା
ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ଆନିକଣ୍ଡ ଘଟିଛି। ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁରେ ଡାକ୍ତରଖାନାର ଆସବାବପତ୍ର ସବୁ ପୋଡ଼ି ନଷ୍ଟ ହୋଇ ଯାଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ଗତକାଲି ବିଳମ୍ବିତ ରାତିରେ MCH କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା ଧୁଆଁ ଦେଖି ରୋଗୀ ଚିତ୍କାର କରିଥିଲେ। ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ ଭବାନୀପାଟଣା ଟାଉନ ଥାନା ପୋଲିସ ଓ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।






More Stories
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..