ରିପୋର୍ଟ କାର୍ଡ / ଝାରସୁଗୁଡ଼ା
ଚଳିତ ମାସ ୮ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ଠକଠକି ଛକ ନିକଟରେ ହୋଇଥିବା ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ୩ ମୃତାହତଙ୍କୁ ପିସିଆର୍ ଭ୍ୟାନ୍ରେ ନେଇ ବେଲପାହାଡ଼ ଥାନା ଅନ୍ତର୍ଗତ ଗୌଡ଼ପଡ଼ା ଛକ ନିକଟରେ ଫିଙ୍ଗି ଦିଆଯାଇଥିଲା। ଏସମ୍ପର୍କରେ ଖବର ପ୍ରକାଶ ପାଇବା ପରେ ଏସ୍ପି ସ୍ମିତ୍ ପରମାର୍ ପୁରୁଷୋତ୍ତମ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ପ୍ରାଥମିକ ତଦନ୍ତ ରିପୋର୍ଟ ଆସିବା ପରେ ଗତ ୧୮ ତାରିଖରେ ଲଖନପୁର ଥାନାର ତତ୍କାଳୀନ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କରି ନିଆଯାଇଥିଲା। ଆଜି ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ ତାଙ୍କୁ ନିଲମ୍ବିତ କରିଛନ୍ତି। ଶ୍ରୀମତୀ ଜେନାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ, ପୂର୍ବରୁ ୪ ବର୍ଷ ତଳେ କେନ୍ଦୁଝର ଜିଲ୍ଲା ପାଟଣା ଥାନାରେ କାର୍ଯ୍ୟରତ ଥିବା ବେଳେ ଜଣେ ଅଭିଯୁକ୍ତଙ୍କୁ ମାଡ଼ ମାରିବା ଘଟଣାରେ ଶ୍ରୀମତୀ ଜେନା ନିଲମ୍ବିତ ହୋଇଥିଲେ।






More Stories
ମା’କୁ ଜାଳିଦେଲେ ପୁଅ…..
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……