ରିପୋର୍ଟ କାର୍ଡ / ଭୁବନେଶ୍ବର
ଦୁଇ ସପ୍ତାହ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ଆଜି କଂଗ୍ରେସରେ ମିଶିବେ। ଭବାନୀପାଟଣାରେ କଂଗ୍ରେସର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ଜାନୁଆରୀ ୮ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ବଳଭଦ୍ର ମାଝୀ । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିବା ଇସ୍ତଫା ପତ୍ରରେ ଶ୍ରୀ ମାଝୀ ଲେଖିଥିଲେ, ୧୯୯୭ରେ ଦଳ ଗଠନ ହେବା ପରଠାରୁ ଆପଣଙ୍କ ସହିତ କାମ କରିବାର ସୁଯୋଗ ଦେଇଥିବାରୁ ଆପଣଙ୍କୁ ବହୁତ ଧନ୍ୟବାଦ। ବଳଭଦ୍ର ମାଝୀ ଇସ୍ତଫା ପତ୍ରରେ ତାଙ୍କର ଏହି ପଦକ୍ଷେପର କାରଣ ସଂପର୍କରେ କିଛି ଉଲ୍ଲେଖ କରି ନଥିଲେ। ତେବେ ଇସ୍ତଫା ଦେବା ପରେ ସେ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଇଚ୍ଛା କରିଥିଲି। କିନ୍ତୁ ଭେଟିବାକୁ ଦିଆଗଲାନି। ଜଣେ କର୍ମଚାରୀଙ୍କ ମାଧ୍ୟମରେ ଭେଟିବାକୁ କୁହାଗଲା। ଉଦ୍ୟମ କରି ବି ଭେଟିପାରିଲି ନାହିଁ। ତେଣୁ ଇସ୍ତଫା ଦେଲି। ବଳଭଦ୍ର କହିଥିଲେ, ବିଜୁ ଜନତା ଦଳରେ କୋଟେରୀ ଗ୍ରୁପ୍ ସକ୍ରିୟ ଅଛନ୍ତି। ପ୍ୟାରୀଙ୍କ ପାଖରେ ଯେଉଁ କୋଟେରୀ ଥିଲେ, ଏବେ ପାଣ୍ଡିଆନଙ୍କ ପାଖରେ ଅଛି। ସେହି କୋଟେରୀ ଥିବା ପର୍ଯ୍ୟନ୍ତ ମୋତେ କେବେ ବି ସୁଯୋଗ ମିଳିବନି ବୋଲି କହିଥିଲେ |






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ…..