ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାଧାରଣ ନିର୍ବାଚନରେ ପୋଲିଂ ଅଧିକାରୀଙ୍କ ପାଇଁ ଆରମ୍ଭ ହୋଇଛି ନୂଆ ବ୍ୟବସ୍ଥା। ପୋଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ ଡ୍ୟୁଟି କରୁଥିବେ ସେହି ସ୍ଥାନରେ ସେମାନଙ୍କ ଭୋଟ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ନିର୍ବାଚନ ଆୟୋଗକଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟିଂ କେନ୍ଦ୍ର କରାଯିବ ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ସେହିପରି ୮୦ ବର୍ଷରୁ ଅଧିକ ବୟସ୍କ ଓ ୪୦ ବର୍ଷରୁ କମ ବୟସ୍କ ଦିବ୍ୟାଙ୍ଗ ଓ ଅସୁସ୍ଥ ହୋଇ ଘରେ ପଡ଼ି ରହିଥିଲେ ସେମାନଙ୍କ ପାଇଁ ହୋମ ଭୋଟିଂ ବ୍ୟବସ୍ଥା କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି । ୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଟାଇମ୍ ଲାଇନ୍ ଅନୁସାରେ ଚାଲିଛି। ସମସ୍ତ ଜିଲ୍ଲାରେ ଇଭିଏମ୍ ପହଞ୍ଚିବା ସହ ଟେଷ୍ଟିଂ ସରିଛି। ନିର୍ବାଚନ ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟ ସରିଛି, ତୃତୀୟ ପର୍ଯ୍ୟାୟ କାର୍ଯ୍ୟ ଚାଲିଛି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ |






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……