ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏଥିନିମନ୍ତେ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ। ଏହି ୩ ସାଂସଦ ହେଲେ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବ। ଏହି ନିର୍ବାଚନ ପାଇଁ ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି। ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ବୋଲି କୁହାଯାଇଛି। ଫେବ୍ରୁଆରୀ ୧୬ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଦିନ ଧାର୍ଯ୍ୟ ହୋଇଥିବା ବେଳେ ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରି ପାରିବେ ପ୍ରାର୍ଥୀ। ଏହାପରେ ୨୭ ତାରିଖରେ ହେବ ଭୋଟ ଗ୍ରହଣ।






More Stories
ଆସିୟା ଙ୍କୁ ଆଜୀବନ କାରାଦଣ୍ଡାଦେଶ…..
ଲାଲୁଙ୍କ ପିଟିସନ ଖାରଜ…..
ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ……