ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ଏଆଇସିସି ମୀନାକ୍ଷୀ ବାହିନୀପତିଙ୍କୁ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ସଭାନେତ୍ରୀ ରୂପେ ନିଯୁକ୍ତ କରିଛି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ କୋରାପୁଟ ଜିଲ୍ଲା କଂଗ୍ରେସର ବରିଷ୍ଠ ନେତ୍ରୀ ମୀନାକ୍ଷୀଙ୍କୁ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ରୂପେ ନିଯୁକ୍ତି ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି | ଦଳର ସଂପାଦକ କେ.ସି. ବେଣୁଗୋପାଳ ଏକ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି। ଶ୍ରୀମତୀ ବାହିନୀପତି ହେଉଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ପତ୍ନୀ। ମୀନାକ୍ଷୀଙ୍କୁ ରାଜ୍ୟ କଂଗ୍ରେସର ମହିଳା ସଭାନେତ୍ରୀ ରୂପେ ନିଯୁକ୍ତି କରି ଏଆଇସିସି ଜିଲ୍ଲାର ଗୋଷ୍ଠୀକନ୍ଦଳକୁ ପ୍ରଶମିତ କରିବା ସହିତ ରାଜ୍ୟର ମହିଳା ଭୋଟରଙ୍କ ଆସ୍ଥା ଜିତିବା ପାଇଁ ପ୍ରୟାସ କରିଥିବା ରାଜନୈତିକ ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..