ରିପୋର୍ଟ କାର୍ଡ / ରାଞ୍ଚି
ଚମ୍ପାଇ ସୋରେନ ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଆଜି ରାଜଭବନରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହା ବ୍ୟତୀତ କଂଗ୍ରେସ ଦଳର ଆଲମଗୀର ଆଲମ ଏବଂ ଆରଜେଡିର ସତ୍ୟାନନ୍ଦ ଭୋକ୍ତା ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।ଚମ୍ପାଇ ସୋରେନଙ୍କୁ ଗୁରୁବାର ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ କରିଥିଲେ। ଆସନ୍ତା ୧୦ ଦିନ ଭିତରେ ଚମ୍ପାଇ ସୋରେନଙ୍କୁ ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରମାଣ ଦେବାକୁ ହେବ ।






More Stories
ଓଏଏସ୍ ସ୍ତରରେ ଅଦଳବଦଳ…..
ଆଜି ଇସ୍ତଫା ଦେବେ ନୀତୀଶ…..
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..