ରିପୋର୍ଟ କାର୍ଡ / କଟକ
ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ପାଟନା ହାଇକୋର୍ଟର ବିଚାରପତିଥିଲେ |
ରାଷ୍ଟ୍ରପତି ସମ୍ବିଧାନର ଧାରା ୨୧୭(୧)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏବେ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ କାର୍ଯ୍ୟ କରୁଛନ୍ତି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..