Report Card Odisha

| Daily Odia News

ଆମ୍ବେଦକରଙ୍କ ନାମରେ ନାମିତ ହେବ ବରମୁଣ୍ଡା ବସ୍ ଷ୍ଟାଣ୍ଡ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ ପ୍ରବକ୍ତା ଡକ୍ଟର ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସ୍ ଷ୍ଟାଣ୍ଡ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ ସମାଜ ସଂସ୍କାରକ ଥିଲେ। ସମାଜର ଦଳିତ ନିଷ୍ପେସିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ। ଏକ ନ୍ୟାୟ ପୂର୍ଣ୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି। ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ। ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶକୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ। ଭାରତୀୟ ସମ୍ବିଧାନର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ୟ ଏଠାରେ ପ୍ରଦର୍ଶିତ ହେବ। ୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ। ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି।

 

 

 

 

 

 

Breaking News