ରିପୋର୍ଟ କାର୍ଡ / ନୂଆପଡ଼ା
କୋମନା ତହସିଲ ଅଫିସର ରେଭିନ୍ୟୁ ସୁପରଭାଇଜର ଅକ୍ଷୟ କୁମାର ନାଏକ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ତାଙ୍କଠାରୁ ୧୫ ହଜାର ଟଙ୍କା ଜବତ କରାଯାଇଛି। ଜବରଦଖଲ ମାମଲାରେ ଜୋରିମାନା କମ୍ କରିବାକୁ ଓ ଜମି ପଟ୍ଟା ଜାରି କରିବାରେ ସହାୟତା କରିବାକୁ ଅଭିଯୋଗକାରୀ ଏବଂ ଅନ୍ୟ କିଛି ଲୋକଙ୍କୁ ଲାଞ୍ଚ ମାଗିଥିଲେ। ଅକ୍ଷୟ କୁମାର ନାଏକ ଅଭିଯୋଗକାରୀଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ପ୍ରକାରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇ ଦୁଇଟି ଠିକଣାରେ ଚଢ଼ାଉ କରାଯାଇଥିଲା। ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ତାଙ୍କ ନାଁରେ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଉଛି।






More Stories
୬ରୁ ସକାଳୁଆ କୋର୍ଟ……
ଶ୍ରୀରାମ ନବମୀରେ ଆଇନ ଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…..
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..