ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତିରେ ରେପୋ ରେଟ୍ ଅପରିବର୍ତ୍ତିତ ରହିଛି । ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର ମନିଟାରୀ ପଲିସି କମିଟି ମିଟିଂରେ ନିଆଯାଇଥିବା ନିଷ୍ପତି ଅନୁସାରେ ରେପୋ ରେଟ୍ ୬.୫ ପ୍ରତିଶତ ରହିଛି । ଏନେଇ ଘୋଷଣା କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ୨୦୨୩ ଫେବୃଆରୀ ୮ରେ ରେପୋ ରେଟକୁ ୬.୫କୁ ବୃଦ୍ଧି କରିଥିଲେ ରିଜର୍ଭ ବ୍ୟାଙ୍କ । ଗତ ବର୍ଷ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ହାର ୭.୪୪ ପ୍ରତିଶତ ରହିଥିବା ବେଳେ ଚଳିତ ବର୍ଷ ଏହି ହାର ହ୍ରାସ ପାଇଛି । ଡିସେମ୍ବରରେ ଏହି ହାର ୫.୬୯ ପ୍ରତିଶତ ରହିଥିଲା ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….