ରିପୋର୍ଟ କାର୍ଡ / ପୁରୀ
ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତି ବେଳେ ଜଣେ ପିଅନ ଚୋରି କରି ଧରାପଡ଼ିଛନ୍ତି। ତାଙ୍କ ନାଁ ପ୍ରଦୀପ୍ତ କୁମାର ମହାପାତ୍ର। ତାଙ୍କ ଠାରୁ ୩୫ ହଜାର ଟଙ୍କା ଜବତ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ତରଫରୁ ତାଙ୍କୁ ନିଲମ୍ବନ କରାଯିବା ସହିତ ସିଂହ ଦ୍ୱାର ଥାନାରେ ତାଙ୍କ ନାଁରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ଭିତରେ ଡୋନେସନ ସେଲ୍ରେ ଟଙ୍କା ଗଣତି ବେଳେ ପ୍ରଦୀପ୍ତ କୁମାର ମହାପାତ୍ର ଚୋରି କରିଥିଲେ। ସିସିଟିଭି ଫୁଟେଜରୁ ତାଙ୍କ ଚୋରି ଧରାପଡ଼ିଥିଲା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ଜେରା କରାଯାଇଛି। ପ୍ରାୟ ୭ ଦିନ ପାଇଁ ଏହି କର୍ମଚାରୀ ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତିରେ ନିୟୋଜିତ ହୋଇଥିଲେ। ତେବେ ଡ୍ୟୁଟି କରୁଥିବା ବେଳେ ଅନ୍ୟ ଦିନମାନଙ୍କରେ ସେ ଟଙ୍କା ଚୋରି କରିଛନ୍ତି ନା ନାହିଁ, ତାହା ସ୍ପଷ୍ଟ ହୋଇନାହିଁ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..